Posted inଜାତୀୟ

ଦୁର୍ଘଟଣା ରୋକିବା ପାଇଁ ରାତି ସାରା ପାଟ୍ରୋଲିଂ କରୁଛନ୍ତି ମହିଳା

ମୁମ୍ବାଇ,୩।୬: ଦେଶରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢିବାରେ ଲାଗିଛି। ବିଳମ୍ବିତ ରାତିରେ ଟ୍ରାଫିକ୍‌ ଚାଲିଯିବା ପରେ ବଢୁଛି ଦୁର୍ଘଟଣା। ଏମିତିକି ପୋଲିସ ପାଟ୍ରୋଲିଂ ନ ଥିବାରୁ ମଧ୍ୟ ଅଧିକାଂଶ ସ୍ଥାନରେ ନିଶାଗ୍ରସ୍ତ ଯୁବକ ଦୁର୍ଘଟଣା ଘଟାଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇର କେତେଜଣ ମହିଳା ଏବେ ଅଣ୍ଟା ଭିଡିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଗୃହିଣୀ, ଆଇନଜୀବି ଓ ରାଜନୈତିକ କର୍ମକର୍ତ୍ତା। ଭିଲେ ପାର୍ଲେ ଅଞ୍ଚଳରେ ବିଳମ୍ବିତ ରାତିରେ ଏମାନେ ନୀଳ ଟିସାର୍ଟ ଓ ଧଳା ଟୋପି ପିନ୍ଧି ରାସ୍ତା ଉପରକୁ ଆସି ଟ୍ରାଫିକ୍‌ ନିୟନ୍ତ୍ରଣ କରିବା ସହ ପୋଲିସକୁ ସାହାଯ୍ୟ କରୁଛନ୍ତି। ଏମିତିକି ବିନା ହେଲ୍‌ମେଟ୍‌ରେ ଯାଉଥିବା ବ୍ୟକ୍ତିଙ୍କୁ ମଧ୍ୟ ଧରି ନେଉଛନ୍ତି। ସୂଚନାଯୋଗ୍ୟ, ୨୦୦୭ରେ ଭିଲେପାର୍ଲେ ପୋଲିସ ‘ପାର୍ଲେ ପୋଲିସ ମିତ୍ର’ର ଶୁଭାରମ୍ଭ କରିଥିଲା। ଯେଉଁଥିରେ ସହରକୁ ସୁରକ୍ଷିତ ରଖିବାକୁ ସାଧାରଣ ନାଗରିକଙ୍କୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପାଣି ନାହିଁ ବୋଲି ମିଳୁନି ବୋହୂ

ନବରଙ୍ଗପୁର,୧୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସାନବାର୍ଲି ପଞ୍ଚାୟତ ଅଧୀନ ବଡ଼ବାର୍ଲି ଗଁାରେ ବର୍ଷ ବର୍ଷ ଧରି ଲାଗିରହିଛି ପାଣି ସମସ୍ୟା। ପ୍ରାୟ ୨...

ଏଇ ଭାରତରେ

ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ...

ବଞ୍ଚିବାକୁ ଦିଅ

ହାଇଦ୍ରାବାଦର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନିକଟରେ ଏକ ଆଇଟି ପାର୍କ ନିର୍ମାଣ ପାଇଁ ୪ ଶହ ଏକର ଜଙ୍ଗଲକୁ ବୁଲ୍‌ଡୋଜର ଲଗେଇ ରାତାରାତି ସଫା କରିବାର ଅମାନବୀୟ...

ଚାଇନାରେ ବିବାହ ସଙ୍କଟ

ଗତବର୍ଷ ଚାଇନାରେ ନୂଆ ବିବାହ ସଂଖ୍ୟା ଏକ ପଞ୍ଚମାଂଶ ହ୍ରାସ ପାଇଥିଲା। ଫଳରେ ୨୦୨୪ରେ ଥିବା ଜନ୍ମସଂଖ୍ୟା ୯.୫୪ ମିଲିୟନ ତୁଳନାରେ ୨୦୨୫ରେ ୭.୩ରୁ ୭.୮...

Featured Video Play Icon

‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ...

ଦିଲ୍ଲୀର ବିଜୟ ଧାରା ଜାରି

ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ...

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା...

ଏହି ତାରିଖ ଦିନ ସୁପ୍ରିମକୋର୍ଟରେ ହେବ ଓ୍ବକ୍‌ଫ ଶୁଣାଣି

ନୂଆଦିଲ୍ଲୀ,୧୦।୪: ଓ୍ବକ୍‌ଫ ସଂଶୋଧନ ଆଇନ, ୨୦୨୫ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ପିଟିଶନଗୁଡ଼ିକର ଏକତ୍ର ଶୁଣାଣି ସୁପ୍ରିମକୋର୍ଟରେ ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image