ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହାର ଫାଇଦା ଚାଷୀଙ୍କୁ ମିଳୁନାହିଁ। ସଂସ୍ଥାର ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଏ ସମସ୍ତ ଅର୍ଥକୁ ହଡ଼ପ କରୁଛନ୍ତି। ଏହି ଘଟଣାର ତଦନ୍ତ କରାଯାଉ। ଏ ନେଇ ବିଧାନସଭାରେ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ। ଭାଜପା ସଦସ୍ୟମାନେ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ହୋଇଥିବା ମହାଦୁର୍ନୀତିକୁ ନେଇ ସରକାରଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟରେ ମଧ୍ୟ କୋଟି କୋଟି ଟଙ୍କାର ଦୁର୍ନୀତି ହେଉଥିବା ବିଷୟ କଂଗ୍ରେସ ବିଧାନସଭାରେ ଉଠାଇଛି। ଗତ ୨୦ ବର୍ଷ ମଧ୍ୟରେ ବିଶ୍ୱବିଦ୍ୟାଳୟକୁ ଦିଆଯାଇଥିବା ଅନୁଦାନର କୌଣସି ଅଡିଟ୍‌ କରାଯାଉ ନାହିଁ। ଶହ ଶହ କୋଟି ଟଙ୍କା ହଡ଼ପ କରାଯାଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ବିଧାନସଭା ହୁଲ୍‌ସ୍ତୁଲ୍‌ କରିଛନ୍ତି। ଫଳରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ପରେ ବିଧାନସଭାକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରାଯାଇଛି। ଏହି ଦୁର୍ନୀତି ଉପରେ ପଦକ୍ଷେପ ନେବାଲାଗି ବାଚସ୍ପତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କଂଗ୍ରେସ ଦଳ ନେତା ନରସିଂହ ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ପ୍ରମୁଖଙ୍କୁ ନିଜ ଚାମ୍ବରକୁ ଡାକି ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri