ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବା ପରେ କୃଷକମାନେ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ପରେ ସେମାନେ ଏ ନେଇ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ଦାବିଗୁଡ଼ିକ ପୂରଣ ନ ହେଲେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି ସେମ ହେମ୍ରମ, ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଶତାଧିକ ଚାଷୀ ଯୋଗ ଦେଇଥିଲେ।

Share