ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଛି । ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀ ଭିତରେ ମହାପ୍ରଭୁ ସୁଦର୍ଶନ ରତ୍ନ ବେଦୀରୁ ଆସି ଦେବଦଳନ ରଥରେ ବିଜେ କରିଛନ୍ତି ।
ଘୋଷଯାତ୍ରା ଲାଗି ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ ଅଛନ୍ତି। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରନତ୍ସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ ଚୁତର୍ଦ୍ଧା ବିଗ୍ରହ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ। ଏହି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ନିମନ୍ତେ ଭକ୍ତଙ୍କ ସୁଅ ଛୁଟିଛି। ୧୯୭୧ ମସିହା ପରେ ଅର୍ଥାତ ଦୀର୍ଘ ୫୩ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଏବଂ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି, ଯାହାକୁ ନେଇ ସମସ୍ତଙ୍କ ମନରେ ଉତ୍ସାହ ଓ ଉଲ୍ଲାସ ଭରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ...

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ...

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri