ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୪: ଗୋଟିଏ ପଟେ କରୋନା ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନର ଅବଧି ସରି ସରି ଆସୁଥିବା ବେଳେ ଅନ୍ୟପଟେ କିନ୍ତୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। ରବିବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୫,୭୧୨ରେ। ଏଥିମଧ୍ୟରୁ ୧୨,୯୭୪ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨,୨୩୦ ସୁସ୍ଥ ହୋଇ ସାରିଲେଣି। ତେବେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୫୦୭ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଏଥିମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୩୩୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଯଦିଓ ଏହା ଅନ୍ୟ ଦେଶ ତୁଳନାରେ କମ୍‌ ବୋଲି କୁହାଯାଉଛି ତଥାପି ଏହା ଭାରତ ପାଇଁ ଚିନ୍ତାର ବିଷୟ ପାଲଟି ଯାଇଛି। ଅନ୍ୟପଟେ ସର୍ବାଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ରରେ ବି କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ନେଉ ନ ଥିବା ବେଳେ ଏହା ରାଜ୍ୟ ସରକାରଙ୍କ ପାଇଁ ଏକ ଚ୍ୟାଳେଞ୍ଜ ହୋଇ ଠିଆ ହୋଇଛି।

Share