Categories: ଜାତୀୟ

ଦେଶରେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୧ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଶୁକ୍ରବାରଠାରୁ ଦେଶରେ ଲାଗୁ କରାଯାଇଥିବା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଗେଜେଟ ବିଜ୍ଞପ୍ତି ଅନୁଯାୟୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଆଶ୍ରୟ ନେଇଥିବା ଅଣମୁସଲମାନ ଶରଣାର୍ଥୀମାନଙ୍କୁ ଏହି ଆଇନରେ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ଏହି ବିଲ୍‌ ଡିସେମ୍ବର ୧୧ରେ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଥିଲା। ସିଏଏ ଅନୁଯାୟୀ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ପଳାଇ ଆସିଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସି ଓ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଲୋକମାନଙ୍କୁ ଆଉ ବେଆଇନ ଶରଣାର୍ଥୀ ବିବେଚିତ କରା ନ ଯାଇ ସେମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ତେବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏ ପର୍ଯ୍ୟନ୍ତ ଏହି ଆଇନ ପାଇଁ ନିୟମାବଳୀ ଧାର୍ଯ୍ୟ କରିନାହାନ୍ତି।

Share