ନୂଆଦିଲ୍ଲୀ,୧।୫: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଲକ୍ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ହାର କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧,୯୯୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୫,୦୪୩ ରେ। ଏହାସହ ୨୪ ଘଣ୍ଟା ମଧ୍ୟରେ ୫୬୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ଏବେସୁଦ୍ଧା ଦେଶରେ ୮,୮୮୮କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ସମୁଦାୟ ସୁସ୍ଥ ହାର ରହିଛି ୨୫.୩୭ ପ୍ରତିଶତ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ।