ମହାକାଳପଡ଼ା,୧୬।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ବିପିନ ସାହୁଙ୍କ ସ୍ତ୍ରୀ ଊର୍ମିଳା ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତେବେ ପାରିବାରିକ କଳହ ଯୋଗୁ ସେ ଏଭଳି କରିଥିବା ଜଣାପଡ଼ିଛି।