ଧନ ପ୍ରାପ୍ତି ପାଇଁ ଧନତେରାସ୍‌ରେ କରନ୍ତୁ ଏହି ଉପାୟ

ଦୀପାବଳି ଅମାବାସ୍ୟା ପୂର୍ବରୁ ପଡୁଥିବା ତ୍ରୟୋଦଶୀକୁ ଧନତେରାସ୍‌ ଭାବେ ପାଳନ କରାଯାଇଥାଏ। ଏହି ଦିନ ପ୍ରଭୁ ଧ୍ୱନନ୍ତରୀ ଜନ୍ମଗ୍ରହଣ କରିଥିବାରୁ ଏହାକୁ ଧନ୍ବନ୍ତରୀ ଜୟନ୍ତୀ ମଧ୍ୟ କୁହାଯାଇଥାଏ। ଧନ ତେରାସ୍‌ରେ ମହାଲକ୍ଷ୍ମୀଙ୍କ କୃପା ଲାଭ ପାଇଁ ଶାସ୍ତ୍ରରେ କେତେକ ସହଜ ଉପାୟ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏହି ଦିନ ସକାଳେ ସ୍ନାନ ପରେ ତିନିଟି ଗୁଆ ମାତା ଲକ୍ଷ୍ମୀଙ୍କ ସମ୍ମୁଖରେ ରଖି ଏଥିରେ କୁଙ୍କୁମ ଲଗାଇ ଗୁଆ ଘିଅ ଦୀପ ଜଳାଇ ‘ଓଁ ଶ୍ରୀଂ ଶ୍ରୀୟୈ ନମଃ ଶ୍ରୀଂ ଓଁ’ ମନ୍ତ୍ର ୧୦୮ ଥର ଜପିଲେ ମାତା ମହାଲକ୍ଷ୍ମୀ ସନ୍ତୁଷ୍ଟ ହୋଇଥାନ୍ତି। ସେହିପରି ଦିନରେ ଶ୍ରୀସୂକ୍ତ ପାଠ କରିବା ସହିତ କୁମାରୀ କନ୍ୟାଙ୍କୁ ମିଠା ଖାଇବାକୁ ଦେଲେ ଘରେ ମହାଲକ୍ଷ୍ମୀଙ୍କ କୃପାଦୃଷ୍ଟି ପଡ଼ିଥାଏ। ସେହିପରି ଏହି ଦିନ ସନ୍ଧ୍ୟାରେ ସାତଟି ଅକ୍ଷତ ନେଇ ଏହାକୁ ହଳଦୀ, କୁଙ୍କୁମ, କେଶରରେ ମିଶାଇ ଓସ୍ତ ପତ୍ର ଉପରେ ରଖି ମହାଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ର ସ୍ପଟିକ ମାଳାରେ ଏକ ମାଳା ଜପିଲେ ଘରେ ସୁଖ ଶାନ୍ତି ବୃଦ୍ଧି ପାଇଥାଏ। ସେହିପରି ରାତିରେ ମହାଲକ୍ଷ୍ମୀଙ୍କ ସମ୍ମୁଖରେ ତିନିଟି ଘିଅ ଦ୍ୱୀପ ଜଳାଇ ଗୋମତୀ ଚକ୍ର, ଦକ୍ଷିଣାବର୍ତ୍ତ ଶଙ୍ଖ, ଲବଙ୍ଗ ଆଦି ରଖି ଧଳା ମିଠା ଭୋଗ ଲଗାଇଲେ ମା’ ମହାଲକ୍ଷ୍ମୀ ସନ୍ତୁଷ୍ଟ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ କଳା ଦିବସ: କଳା ବଦଳିଲେ ବି ସତ୍ୟ ଲୁଚିବ ନାହିଁ

ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ପ୍ରତିଟି ମଣିଷ ଭିତରେ ଆତ୍ମ ଅଭିବ୍ୟକ୍ତି ଓ ଆତ୍ମପ୍ରତିଷ୍ଠାର ମୋହ ରହିଛି। ଅର୍ଥାତ୍ ମଣିଷ ସର୍ବଦା ଚାହୁଁଥାଏ ଯେ, ଯାହା ଅଛି...

ଧାନକେଣ୍ଡାରେ ଅଗାଡ଼ି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡ଼ବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି।...

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା...

Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ...

ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର...

World Haemophilia Day: ଆଜି ବିଶ୍ୱ ହେମୋଫିଲିଆ ଦିବସ: ଜାଣନ୍ତୁ ଏହି ରୋଗର ଚିହ୍ନଟ,ଚିକିତ୍ସା,ନିବାରଣମୂଳକ ବ୍ୟବସ୍ଥା..

ହେମୋଫିଲିଆ ଏକ ଜିନ୍‌ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତଜନିତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା...

ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏନ୍‌ଏଚ୍‌ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା...

ଇଣ୍ଡିଆ ମେଣ୍ଟ ସଂକଳ୍ପକୁ ଅଧିକ ସଶକ୍ତ କରିବା ଆବଶ୍ୟକ: ଅଖିଳେଶ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍‌ ଧରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image