‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ, ମାଂସ, ପରିବା ବଜାରଠାରୁ ଆରମ୍ଭ କରି ରାଶନ ବଣ୍ଟନ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ଅନେକ ରାଶନ ବିତରଣ କେନ୍ଦ୍ରରେ ସାମାଜିକ ଦୂରତ୍ୱ ଆଦୌ ରହୁ ନ ଥିବା ପରିଲକ୍ଷିତ ହୋଇଛି। ଏହା ଜନସାଧାରଣଙ୍କୁ ଅଡୁଆରେ ପକାଇ ଦେଇଥିବାବେଳେ ପୋଲିସ, ପ୍ରଶାସନ ପକ୍ଷରୁ ମଧ୍ୟ ଠୋସ୍‌ ପଦକ୍ଷେପ ନିଆଯାଉ ନ ଥିବା ଦେଖିବାକୁ ମିଳିଛି । ଏ ନେଇ ଗତ ୧୧ ତାରିଖ ଧରିତ୍ରୀ ସଂସ୍କରଣରେ ଏକ ଖବର ପ୍ରକାଶ ପାଇଥିଲା। ଉକ୍ତ ଖବରକୁ ଆଧାର କରି ବରଗଡ଼ ଜିଲା ଯୋଖିପାଲିର ଏକ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମେତ ବିଭାଗୀୟ ଅଧିକାରୀଙ୍କୁ ଟୁଇଟ୍‌ କରାଯାଇଥିଲା। ଏହାର ପ୍ରତ୍ୟୁତ୍ତରରେ ବରଗଡ଼ ପୌର ପରିଷଦ ରାଶନ କେନ୍ଦ୍ରଗୁଡ଼ିକରେ ସାମାଜିକ ଦୂରତ୍ୱ ରଖି ଦୈନିକ ୨୫ରୁ ୫୦ ହିତାଧିକାରୀଙ୍କୁ ପିଡିଏସ୍‌(ରାଶନ) ସାମଗ୍ରୀ ଯୋଗାଇ ଦେବା ଏବଂ ଏହା ସହିତ ଦିବ୍ୟାଙ୍ଗ ତଥା ଦୁର୍ବଳ ହିତାଧିକାରୀଙ୍କ ଘରକୁ ରାଶନ ସାମଗ୍ରୀ ପହଞ୍ଚାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି। ସେହିପରି ରାଶନ କେନ୍ଦ୍ରଗୁଡ଼ିକରେ ପୋଲିସ କର୍ମଚାରୀ ମଧ୍ୟ ମୁତୟନ କରାଯାଇଛି। ଏବଂ ସାମାଜିକ ଦୂରତ୍ୱ ଉପରେ ସଚେତନତା ସୃଷ୍ଟି କରାଯାଉଛି ବୋଲି ପୌର ପରିଷଦ କର୍ତ୍ତୃପକ୍ଷ ଉତ୍ତର ରଖିଛନ୍ତି । ମାତ୍ର ବରଗଡ଼ ପୌର ପରିଷଦ ଅଧୀନ ୧ ନଂ ଓ୍ବାର୍ଡର ଏକ ରାଶନ ବିତରଣ କେନ୍ଦ୍ରରେ ରବିବାର ଅସମ୍ଭାଳ ଭିଡ଼ ହେବା ସହିତ ସାମାଜିକ ଦୂରତ୍ୱ ରହି ନ ଥିବା ଦେଖିବାକୁ ମିଳିଥିଲା। ଏହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri