ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀ ନାୟକ ଏବଂ ଶିକ୍ଷକ ସ୍ବାମୀ ବିନୋଦ କୁମାର ନାୟକ ଏହି ଧମକ ଦେଇଛନ୍ତି। ଏନେଇ ଖବରଦାତା ବୈଦ୍ୟନାଥ ବେହେରା ଶୁକ୍ରବାର ରାତିରେ ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ଏକ ମାମଲା (ନଂ.୧୦/୨୦) ରୁଜୁକରି ତଦନ୍ତ ଆରମ୍ଭ ହୋଇଥିବା ଥାନାଧିକାରୀ ନରେଶ କୁମାର ସାହୁ କହିଛନ୍ତି।
ପ୍ରକାଶ ଯେ, ଖଜୁରିପଡ଼ା ବ୍ଲକ ଦୂତିମେଣ୍ଡି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଭିଭାବକ ସଂଘ ସଭାପତି ଅଛନ୍ତି ବୈଦ୍ୟନାଥ। ବିଦ୍ୟାଳୟରେ ପାଠପଢ଼ା ନ ହେବା, ପିଲାଙ୍କୁ ଠିକ୍ ଭାବେ ଖାଇବାକୁ ଦିଆ ନ ଯିବା, ପ୍ରିନ୍ସିପାଲଙ୍କ ମନମୁଖି କାର୍ଯ୍ୟ ନେଇ ଅଭିଭାବକମାନେ ଜିଲାପାଳଙ୍କୁ ଅବଗତ କରିଥିଲେ। ଏହାପରେ ସମସ୍ତେ ଭୁବନେଶ୍ୱର ଯାଇ ବିଭାଗ ନିର୍ଦ୍ଦେଶକଙ୍କୁ ଏ ସଂକ୍ରାନ୍ତରେ ଦାବିପତ୍ର ଦେଇଥିଲେ। ନିକଟରେ ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀଙ୍କର ଅନ୍ୟତ୍ର ବଦଳି ହୋଇଛି। ଏହା ଜାଣିବା ପରେ ଗୁରୁବାର ରାତିରେ ବନଶ୍ରୀ ଏବଂ ତାଙ୍କ ସ୍ବାମୀ ବିନୋଦ ଜିରିଙ୍ଗିପଡା ପାଖ ଗୋପାଳସାହିରେ ରହୁଥିବା ବୈଦ୍ୟନାଥଙ୍କ ଘରେ ପହଞ୍ଚତ୍ ଗାଳିଗୁଲଜ କରିଥିଲେ। ତୁମ ପାଇଁ ମୋର ବଦଳି ହେଲା, ତୁମକୁ ଛାଡିବୁନି, ଜୀବନରୁ ମାରିଦେବୁ ବୋଲି ଧମକ ଦେଇଥିଲେ। ସାହି ଲୋକେ ବାହାରିବାରୁ ସେମାନେ ଚାଲି ଆସିଥିଲେ। ତାଙ୍କ ଜୀବନ ପ୍ରତି ବିପଦ ରହିଥିବା ବୈଦ୍ୟନାଥ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ବନଶ୍ରୀଙ୍କୁ ତାଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ହେଁ ସୁଇଚ୍ଅପ୍ ଥିବାରୁ ମତାମତ ନେବା ସମ୍ଭବ ହୋଇପାରିନାହିଁ।

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ
ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ...

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ
ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି।...

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ
କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା...

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ
ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ...

ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର...

ଘରୁ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ: ପୁଅ ଘରୁ ଲୁଟ୍ କରି ବନ୍ଧକ ରଖିଥିଲେ ଅଳଙ୍କାର
ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି।...

ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ
ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ...

ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା
ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍...