ଧାନକିଣାକୁ ନେଇ ବିଧାନସଭାରେ ଉଦ୍‌ବେଗ: ସବୁ ଚାଷୀଙ୍କ ଧାନ କିଣିବାକୁ ଦାବି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଏବେ ବି ଚାଷୀଙ୍କ ଧାନ ବିକ୍ରି ହୋଇନାହିଁ। ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ସମ୍ବଲପୁର, ବରଗଡ଼ ଆଦି ଜିଲାରେ ଚାଷୀଙ୍କୁ ଟୋକନ ମିଳି ନ ଥିବାରୁ ସେମାନେ ଧାନ ବିକ୍ରି କରିପାରୁ ନାହାନ୍ତି। ଚଳିତ ମାର୍ଚ୍ଚ ୩୧ରେ ରବି ଧାନ କିଣା ଶେଷ ହେବ। ଚାଷୀଙ୍କ ଧାନ କିଣାକୁ ନେଇ ଗୃହରେ ଉଦ୍‌ବେଗ ପ୍ରକାଶ ପାଇଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ କହିଲେ ଯେ, ଚାଷୀଙ୍କଠାରୁ ସବୁ ଧାନ ଉଠାଇବା ସରକାରଙ୍କ କାମ। ଆଜି ବି ଧାନ ମଣ୍ଡିରେ ପଡ଼ିରହିଛି। ଟୋକନ ଜେନେରେଟ ହେଉ ନାହିଁ। ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁ ନାହାନ୍ତି। ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ସେ ଦାବି କରିଛନ୍ତି। ଭାଜପା ସଭ୍ୟ ଜୟ ନାରାୟଣ ମିଶ୍ର କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ସରକାର ଧାନ ସଂଗ୍ରହ କରୁଥିଲେ ମଧ୍ୟ ଆହୁରି ଅନେକ ଚାଷୀଙ୍କ ପାଖରେ ଧାନ ରହିଛି। ସେଗୁଡିକୁ ସରକାର ତୁରନ୍ତ କିଣିବା ବ୍ୟବସ୍ଥା କରନ୍ତୁ ବୋଲି ସେ ଦାବି କରିଛନ୍ତି। ଗୃହରେ ଧାନ କିଣାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଭାଗୀୟ ମନ୍ତ୍ରୀଙ୍କୁ ଡାକି ତାଙ୍କ ଚାମ୍ବରରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ...

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି...

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri