ଦେବଗଡ଼, ୫।୧୨(ଡ଼ି.ଏନ୍.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ କୃଷି ସମବାୟ ସମିତି ପରିସରରେ ଜିଲାପାଳ ସୁଧାଂଶୁ ମୋହନ ସାମଲ ଆନୁଷ୍ଠାନିକ ଭାବେ ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। କୋଭିଡ- ୧୯ ନିୟମ ଅନୁପାଳନ ପୂର୍ବକ ପ୍ରଥମ ଦିବସରେ ୧୦ଜଣ ଚାଷୀଙ୍କଠାରୁ ୩୮୩.୬୦ କୁଇଣ୍ଟାଲ (୮୦୧ବସ୍ତା) ଧାନ କ୍ରୟ କରାଯାଇଥିବା ଜଣାଯାଇଛି। ଏହି ଧାନ ମଣ୍ଡି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗାଣ ଅଧିକାରୀ ଗଣେଶ୍ୱର ଚୌଧୁରୀ, ଏଆରସିଏସ. ନିମାଇଁ ଚରଣ ନାଏକ, ଅତିରିକ୍ତ ଏସିଏସଓ ବିଜୟ ବାରିକ, ଏସିଏସଓ ବିରେନ୍ଦ୍ର ସୋରେନ, କାଦୋପଡା ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ ଚନ୍ଦ୍ରଶେଖର ସାହୁ, ଚାଷୀ ପ୍ରତିନିଧି ପ୍ରମୋଦ ଝାଙ୍କର, ଯଜାତି କିଶୋର ବିଶ୍ୱାଳ, ଭୂପେନ୍ଦ୍ର ନାଏକଙ୍କ ସମେତ କ୍ୱାଲିଟି ଆନାଲିଷ୍ଟ, ଯୋଗାଣ ନିରୀକ୍ଷକ, ସ୍ଥାନୀୟ ମିଲର ଏବଂ ଯୋଗାଣ ବିଭାଗ ଓ ନିୟନ୍ତ୍ରିତ ବଜାର କମିଟିର କର୍ମକର୍ତ୍ତାଗଣ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଜିଲାରେ ୨୯ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ୪୦ଟି ମଣ୍ଡିରେ ଚାଷୀଠାରୁ ଧାନକ୍ରୟ କରାଯିବା ନିମନ୍ତେ ଜିଲାସ୍ତରୀୟ ଧାନକିଣା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି।
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’
ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…
ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...
ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା
ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...
Archives


