ଧାରଣାକାରୀଙ୍କୁ ଉଠାଇନେଲା ପୋଲିସ

ଛେଣ୍ଡିପଦା, ୨୩।୪: (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁରଠାରେ ନାଲ୍‌କୋର ଉତ୍କଳ ଡି ଓ ଇ କମ୍ପାନୀ ପକ୍ଷରୁ ପ୍ରସ୍ତାବିତ ଖଣି ଅଞ୍ଚଳରେ ଘରୋଇ କମ୍ପାନୀ ଦ୍ୱାରା ଖଣି ଖନନ କାର୍ଯ୍ୟକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା କ୍ଷତିଗ୍ରସ୍ତଙ୍କୁ ଶନିବାର ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖିଛି।
କ୍ଷତିଗ୍ରସ୍ତମାନଙ୍କ କହିବା ଅନୁଯାୟୀ, ନାଲ୍‌କୋର ଖଣି ଖନନ ପାଇଁ ଠିକା ନେଇଥିବା ଉକ୍ତ ଘରୋଇ କମ୍ପାନୀ ଖଣି ଅଞ୍ଚଳରେ ମାଟି ଓ କୋଇଲା ଖନନ କାର୍ଯ୍ୟ ଜାରି ରଖିଛି। କିନ୍ତୁ ବିସ୍ଥାପିତ ଓ କ୍ଷତିଗ୍ରସ୍ତ ପ୍ରଜାମାନଙ୍କ ୩ ଦଫା ଦାବିକୁ କମ୍ପାନୀ କର୍ତ୍ତୃପକ୍ଷ ଏଯାଏ ପୂରଣ କରିନାହାନ୍ତି। ତେଣୁ ନାଣ୍ଡିଛୋଡ କ୍ଷତିଗ୍ରସ୍ତ ପ୍ରଜାମାନେ ଖଣି ଅଞ୍ଚଳରେ ଖନନ କାର୍ଯ୍ୟକୁ ବିରୋଧ କରିବା ସହିତ ଧାରଣାରେ ବସି ରହିଥିଲେ। ଏସବୁ ସମସ୍ୟାର ସମାଧାନ ପାଇଁ ପ୍ରଶାସନିକ ଅଧିକାରୀମାନେ ବୁଝାଶୁଝା ପାଇଁ ଉଦ୍ୟମ କରଥିଲେ ମଧ୍ୟ କୋଣସି ନିଷ୍କର୍ଷ ବାହାରିପାରି ନ ଥିଲା। ଏପରିକି ଛେଣ୍ଡିପଦା ତହସିଲଦାର କ୍ଷତିଗ୍ରସ୍ତ ପ୍ରଜା ଖଣି କାର୍ଯ୍ୟକୁ ବନ୍ଦ ନ କରି ଉପଜିଲାପାଳଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତାବ ଦେଇଥିଲେ। କିନ୍ତୁ କମ୍ପାନୀ କର୍ତ୍ତୃପକ୍ଷ ଜମିହରାଙ୍କ ୩ ଦଫା ଦାବି ପୂରଣ ନ କରି ହଜାର ହଜାର ଟନ କୋଇଲା ଖନନ କରି ଗୋଟିଏ ସ୍ଥାନରେ ରଖୁଛନ୍ତି। ବର୍ତ୍ତମାନ ସୁଦ୍ଧା ଜମିହରା ପ୍ରଜା ତାଙ୍କର କ୍ଷତିପୂରଣ ରାଶି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପାଇପାରିନାହାନ୍ତି କିମ୍ବା ନାଲକୋ କମ୍ପାନୀ ଏପର୍ଯ୍ୟନ୍ତ କୌଣସି କ୍ଷତିଗ୍ରସ୍ତଙ୍କୁ ନିଯୁକ୍ତି ପ୍ରଦାନ କରିନାହାନ୍ତି। ଯେ ପର୍ଯ୍ୟନ୍ତ ଦାବି ପୂରଣ ନ ହୋଇଛି ସେ ପର୍ଯ୍ୟନ୍ତ ଧାରଣାରେ ବସିବେ ବୋଲି କ୍ଷତିଗ୍ରସ୍ତମାନେ ଜିଦ ଧରି ବସିଥିଲେ। ପୋଲିସ ଓ ପ୍ରଶାସନ ଧାରଣାକାରୀଙ୍କୁ ବୁଝାଝୁଝା କରିବାରେ ବିଫଳ ହେବାରୁ ପ୍ରାୟ ୪୦ ଜଣ ମହିଳା ପୁରୁଷଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri