ଧୋଇଗଲା ବାଟାଗୁଡ଼ା ଅସ୍ଥାୟୀ ପୋଲ

କୋଟଗଡ଼, ୧୩।୮ (ଡି.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ବାଟାଗୁଡ଼ା ଅସ୍ଥାୟୀ ପୋଲ ଲଗାଣ ବର୍ଷାରେ ମଙ୍ଗଳବାର ପୁଣିଥରେ ଧୋଇଯାଇଛି। ଫଳରେ ଗାଡ଼ିମୋଟର ଯିବାଆସିବା ଠପ୍‌ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ଦୁଇ ଦିନ ହେବ ଯାତାୟାତ ବନ୍ଦ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାଲିଗୁଡା ଏସ୍‌ଡିପିଓ ବିନିତ ଅଗ୍ରଓ୍ବାଲ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କୁ ସତର୍କ କରିଛନ୍ତି। ବାରମ୍ବାର ପୋଲ ଧୋଇଯାଉଥିବାରୁ ବାଲିଗୁଡ଼ା, କୋଟଗଡ, ମୁନିଗୁଡା, ରାୟଗଡା, କଳାହାଣ୍ଡିକୁ ଯୋଗାଯୋଗ ବିଚ୍ଛିନ୍ନ ହେଉଛି। ଏ ନେଇ ଉପଜିଲାପାଳ ଦାୟିତ୍ୱରେ ଥିବା ରାଜେନ୍ଦ୍ର କୁମାର ରଣଜିତଙ୍କୁ ପଚାରିବାରୁ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image