ନଗର କଂଗ୍ରେସ ତରଫରୁ ଜିଲାପାଳଙ୍କ ଅଫିସ ଘେରାଉ

ବଲାଙ୍ଗୀର ଅଫିସ, ୧୭।୬: ଅଘୋଷିତ ବିଜୁଳି କାଟ, ପିଇବା ପାଣି ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ସମାଧାନ ଦାବିରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ନଗର ସଭାପତି ବୁଲୁ ଦାନୀଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରତିବାଦ ସଭାରେ ବିଧାୟକ ନରସିଂହ ମିଶ୍ର ଯୋଗଦେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ଏ ନେଇ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।