ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ବିଜୁଳି ବୁଧବାର ସକାଳେ ଗାଧୋଇବା ପାଇଁ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ନଦୀକୁ ଯାଇଥିଲେ। ଗାଧୋଉଥିବା ସମୟରେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ନଦୀରୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିଛି। ହିଞ୍ଜିଳି ଥାନାରେ ଅପମୃତ୍ୟୁ କେସ ନଂ – ୩୦/୨୪ ରୁଜୁ ହୋଇ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଯାଇଛି।