ବୈପାରିଗୁଡା,୧୬ା୬(ଡି.ଏନ.ଏ.)-କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅନ୍ତର୍ଗତ କଳାପଡ଼ା ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ନଦୀ ପାର ହେଉଥିବା ବେଳେ ଜଣେ ମହିଳା ଓ ଜଣେ ପୁରୁଷ ନଦୀରେ ଭାସିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଲା ପରଜା(୫୩) ଏବଂ ଚେତି ପରଜା। ଉଭୟେ ଦିଅର ଭାଉଜ ବୋଲି ଜଣାପଡିଛି। ଚେତି ହେଉଛନ୍ତି ଜଲାଙ୍କ ଦିଅର। କୋଷାଗୁମୁଡାରେ ଥିବା ସେମାନଙ୍କ ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଥିବାରୁ ଉଭୟେ ସୋମବାର ସନ୍ଧ୍ୟାରେ ତାଙ୍କ ଦଶାହ କାର୍ଯ୍ୟରେ ଯୋଗଦେବାକୁ ଯାଉଥିଲେ। ବାଟରେ ପଡୁଥିବା କନିଆଯୋଡି ନଦୀ ପାର ହେଉଥିବା ବେଳେ ଜଲା ଓ ଚେତି ଉଭୟେ ଭାସି ଯାଇଥିଲେ। ଏହି ଖବର ଜଣାପଡିବା ପରେ କେତେଜଣ ବ୍ୟକ୍ତି ବୈପାରିଗୁଡ଼ା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ସେଠାରୁ ଦମକଳବାହିନୀ ଆସି ଅନେକ ସମୟ ଧରି ଖୋଜାଖୋଜି କରିବା ପରେ ଉଭୟଙ୍କ ମୃତଦେହ ଉଦ୍ଧାର କରିଥିଲେ। ମଙ୍ଗଳବାର ବୈପାରିଗୁଡ଼ା ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ କେସ୍ ନଂ. ୧୧,୧୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
Posted inଆମ ଜିଲା ଖବର, କୋରାପୁଟ View All

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍
କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ
କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ...

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି
ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ...

ରାସ୍ତାକଡ଼ ପାଉଁଶରେ ପଡି ଶିଶୁ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ
ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

କିନ୍ନରଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ପୁରୁଷବନ୍ଧୁ, ଥାନା ଘେରାଉ କଲେ କିନ୍ନର ସଂଘ
ଦିଗପହଣ୍ଡି,୧୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ଶନିବାର ସକାଳେ ଦିଗପହଣ୍ଡି ସ୍ଥିତ ମା’ ଗୌରୀ...

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍, ବିପୁଳ ସମ୍ପତ୍ତି ଠାବ
ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬...

ପୋଲ କାମ ବେଳେ ପଥର ବିସ୍ଫୋରଣ, ଚାଲିଗଲା ଶ୍ରମିକଙ୍କ ଜୀବନ
ବେଲଗୁଣ୍ଠା,୧୬ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଜାଲଖାଇ ବ୍ରିଜ୍ କାମ ବେଳେ ପଥର ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ...

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର
କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର...