ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ ପରେ ଜଣଙ୍କୁ ପଦ ଓ ଗୋପନୀୟତାର ସହିତ ଶପଥପାଠ କରାଇଛନ୍ତି। କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ ମଲିକ ପ୍ରଥମେ ଶପଥ ଗ୍ରହଣ କରିବା ପରେ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ, ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ଟିଟିଲାଗଡ଼ ବିଧାୟକ ଟୁକୁନି ସାହୁ, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନୟାଗଡ଼ ବିଧାୟକ ଅରୁଣ ସାହୁ, ମାହାଙ୍ଗା ବିଧାୟକ ପ୍ରତାପ ଜେନା, ବାଙ୍ଗିରିପୋଷି ବିଧାୟକ ସୁଦାମ ମାର୍ଣ୍ଡି, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଭଟଲି ବିଧାୟକ ସୁଶାନ୍ତ ସିଂ ଓ ଝାରସୁଗୁଡ଼ା ବିଧାୟକ ନବକିଶୋର ଦାସ ଶପଥ ପାଠ କରିଛନ୍ତି।
ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ କୋରାପୁଟ ବିଧାୟକ ପଦ୍ମିନୀ ଦିଆନ, ଭୁବନେଶ୍ୱର-ଏକାମ୍ର ବିଧାୟକ ଅଶୋକ ପଣ୍ଡା, ନିମାପଡ଼ା ବିଧାୟକ ସମୀର ଦାଶ, ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର, ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା ଓ ବିଷମ କଟକ ବିଧାୟକ ଜଗନ୍ନାଥ ସାରକା ଶପଥ ନେଇଛନ୍ତି।

Share