ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଭାଜପା ନେତା ତଥା ଦଳୀ ଉପସଭାପତି ସମୀର ମହାନ୍ତି କହିଛନ୍ତି, ରାଜ୍ୟ ସରକାର ୭୫ଲକ୍ଷ ଚାଷୀଙ୍କୁ ଯୋଜନାରେ ସାମିଲ କରିଥିଲେ। ୫୧ଲକ୍ଷ ଚାଷୀ ଟଙ୍କା ପାଇଲେ। ତେବେ ଆଉ ୨୪ଲକ୍ଷ କେବେ ପାଇବେ ବୋଲି ସେ ପ୍ରଶ୍ନ କରିଛନ୍ତି। ସେହିଭଳି ପିଏମ୍‌ କିଷାନ ଯୋଜନା ଲାଗି ୨୨ଲକ୍ଷ ଚାଷୀଙ୍କ ନାମ ଦିଆଯାଇଥିବା ବେଳେ ବାକି ତାଲିକା କେବେ ଦେବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଲୋକଙ୍କ ମୋବାଇଲକୁ ମେସେଜ ଆସିଲା ହେଲେ ଟଙ୍କା ଆସିଲା ନାହିଁ। ସେମାନଙ୍କୁ କାଳିଆ ଟଙ୍କା କେବେ ମିଳିବ ତାହା ସରକାର ସ୍ପଷ୍ଟ କରନ୍ତୁ। କେତେ ଚାଷୀ ତାଲିକାଭୂକ୍ତ ହୋଇଥିଲେ, କେତେ ସହାୟତା ପାଇଥିଲେ, ଆଉ କେତେ ଚାଷୀ ଟଙ୍କା ପାଇବେ ସେ ନେଇ ସରକାର ଶ୍ୱେତପତ୍ର ଜରିଆରେ ପ୍ରକାଶ କରନ୍ତୁ ବୋଲି ସମୀର ଦାବି କରିଛନ୍ତି।

ଅପରପକ୍ଷେ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, କାଳିଆ ଯୋଜନା ଏବଂ ଟଙ୍କା ବିଜେଡିର ଏକ ନିର୍ବାଚନ ପ୍ରତିଶ୍ରୁତି। ନିର୍ବାଚନ ବେଳେ ରାଜ୍ୟ ସରକାର ସରକାର ଗଠନ କରିବାର ପ୍ରଥମ ଦିନରେ ଟଙ୍କା ମିଳିବ ବୋଲି କହିଥିଲେ। କେତେଜଣ ଚାଷୀଙ୍କୁ ସରକାର ଟଙ୍କା ଦେଇଛନ୍ତି ତାହା ସ୍ପଷ୍ଟ କରାଯାଉ। ଭୋଟ ପାଇଁ ‘କାଳିଆ’ ମିଛ ବାହାନା ଥିଲା ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରେ କୃଷି ମନ୍ତ୍ରୀ ଅରୁଣ ସାହୁ ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଅଣାଯିବ ବୋଲି କହିଥତିଲେ। ହେଲେ ଏହି ସଂଖ୍ୟା କମ୍‌ ବାହାରିଥିଲା। ଏବେ ଯୋଜନାରେ ତାଲିକାଭୁକ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ କରାଯିବ ବୋଲି କୃଷି ବିଭାଗ ସଚିବ ସୌରଭ ଗର୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri