Posted inଜାତୀୟ

ନଭେମ୍ବର ୨୫ରେ ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ଲାଗି ନଭେମ୍ବର ୨୫ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶୁକ୍ରବାର ଘୋଷଣା କରିଛନ୍ତି। ଗତ ୨୧ ତାରିଖରେ ୧୭ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲାବେଳେ ଉପରୋକ୍ତ ଦୁଇ ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ସେଠାରେ ଭୋଟ ହୋଇ ନ ଥିଲା। ଉତ୍ତରାଖଣ୍ଡରେ ପଞ୍ଚାୟତ ନିର୍ବାଚନ ଥିବାରୁ ଉପନିର୍ବାଚନ ଘୁଞ୍ଚାଇବାକୁ ରାଜ୍ୟ ସରକାର ଅନୁରୋଧ କରିଥିଲେ। ସେହିପରି ପଶ୍ଚିମବଙ୍ଗ ସରକାର ଦୁର୍ଗାପୂଜା ଉତ୍ସବ ଲାଗି ଉପନିର୍ବାଚନ ସ୍ଥଗିତ ରଖିବାକୁ କହିଥିଲେ। ଉତ୍ତରାଖଣ୍ଡର ପିଥୋରାଗଡ ଏବଂ ପଶ୍ଚିମବଙ୍ଗର କାଳିଆଗଞ୍ଜ, କରିମପୁର, ଖଡ଼ଗପୁର ସଦର ଆସନ ଲାଗି ଅକ୍ଟୋବର ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ନଭେମ୍ବର ୨୫ରେ ଭୋଟଗ୍ରହଣ ହେବାକୁ ଥିଲାବେଳେ ୨୮ରେ ଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri