Posted inଜାତୀୟ

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ମୁହାଁମୁହିଁ ହୋଇଛନ୍ତି।

ଏହି ସମୟରେ ଓ୍ବାଇଏସଆରସିପି ମୁଖ୍ୟ ଜଗନ ମୋହନ ରେଡ୍ଡୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ର ପବିତ୍ରତାକୁ ଅପବିତ୍ର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ନାଇଡୁଙ୍କୁ ତାଗିଦ କରିବା ସହ ସତ୍ୟ ପ୍ରକାଶ କରିବାକୁ ଜଗନ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ କହିଛନ୍ତି, ଆନ୍ଧ୍ରପ୍ରଦେଶରେ ଘଟୁଥିବା ଦୁଃଖଦ ଘଟଣା ପ୍ରତି ଆପଣଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ମୁଁ ଏହି ଚିଠି ଲେଖୁଛି। ଚନ୍ଦ୍ରାବାବୁ ନାଇଡୁ ଙ୍କ ଦ୍ୱାରା ତିରୁମାଲା ତିରୁପତି ଦେବସ୍ଥାନର ପବିତ୍ରତା, ଅଖଣ୍ଡତା ଏବଂ ସମ୍ମାନର ଅପୂରଣୀୟ କ୍ଷତି ଘଟାଇବାକୁ ଏଭଳି କରାଯାଇଛି। ଭଗବାନ ଭେଙ୍କଟେଶ୍ୱରଙ୍କ କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ କୋଟି କୋଟି ହିନ୍ଦୁ ଭକ୍ତ ଅଛନ୍ତି। ଯଦି ଏହି ସଙ୍ଗିନ ସ୍ଥିତିକୁସାବଧାନତାର ସହ ସମ୍ଭାଳି ଦିଆ ନ ଯାଏ, ତେବେ ଏହି ମିଥ୍ୟା ପରିସ୍ଥିତି ଅନେକ କ୍ଷତି ଘଟାଇପାରେ।
ସେ ଆହୁରି ମଧ୍ୟ ଲେଖିଛନ୍ତି, ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଟିଟିଡିର କାର୍ଯ୍ୟକଳାପ ବିରୁଦ୍ଧରେ ମିଥ୍ୟା ପ୍ରଚାର କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ତିରୁମାଲା ମନ୍ଦିରରେ ପ୍ରସାଦ ତିଆରିରେ ବ୍ୟବହାର କରାଯାଉଥିବା ଘିଅ ମିଶ୍ରଣ ହୋଇଛି ଏବଂ ଘିଅରେ ପଶୁ ଚର୍ବି ରହିଛି। ଲଡୁ ତିଆରି କରିବାରେ ଘିଅ ପରିବର୍ତ୍ତେ ପଶୁ ଚର୍ବି ବ୍ୟବହାର କରାଯାଇଛି। ଏହି ପ୍ରସାଦ କୋଟି କୋଟି ହିନ୍ଦୁ ଭକ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରେ। ଏହା ପ୍ରକୃତରେ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟାପିଥିବା ମିଥ୍ୟା ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri