ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରିଥିଲେ। ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ ମଧ୍ୟ ନରସିଂହଙ୍କୁ କଡା ଜବାବ ଦେଇଥିଲେ। ଏହାକୁ ନେଇ ବିଧାନସଭା ଶୂନ୍ୟକାଳରେ ଉଭୟ ଦଳଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ହୋଇଥିଲା। ମଙ୍ଗଳବାର ମଧ୍ୟ ଏ ପ୍ରସଙ୍ଗକୁ ନେଇ ଭାଜପା ଏବଂ କଂଗ୍ରେସ ପରସ୍ପରକୁ ଆକ୍ଷେପ ଏବଂ ପ୍ରତିଆକ୍ଷେପ କରିଥିଲେ। କିଛିସମୟ ପାଇଁ ଗୃହରେ ଉତ୍ତେଜନା ଦେଖାଯାଇଥିଲା।

Share