Advertisement

ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼ ଅଫିସ,୨୩।୮: ବରଗଡ଼ ସହର ଉପକଣ୍ଠ ଖେଦାପାଲି ନିକଟରେ ନବର୍ନିମିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ ହୋଇଛି। ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରୋଗୀଙ୍କ ଡାଏଲିସିସ୍‌ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସାଧୁଚରଣ ଦାଶ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share