Categories: ଜାତୀୟ

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୈନ ଟୁଇଟ କରି କହିଛନ୍ତି ଶରୀରର ତାପମାତ୍ରା ହଠାତ୍‌ ବଢିଯିବାରୁ ଓ ଅକ୍ସଜେନ୍‌ ଲେବଲ କମ୍‌ ହୋଇଯିବାରୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡିଛି। ଏହାପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ କରି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏବେ ତାଙ୍କର କୋଭିଡ-୧୯ ପରୀକ୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ନିକଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଧ୍ୟ ଥଣ୍ଡା ଜ୍ୱରରେ ପୀଡ଼ିତ ହେବା ପରେ ନିଜ ଘରେ ଆଇସୋଲେଶନରେ ରହିବା ସହ କୋଭିଡ-୧୯ ଟେଷ୍ଟ କରାଇଥିଲେ। ଯାହାର ରିପୋର୍ଟ ନେଗେଟିଭ ଆସିଥିଲା। ଏବେସୁଦ୍ଧା ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ସଂଖ୍ୟା ୪୨,୮୨୯ରେ ପହଞ୍ଚିଥିବା ବେଳେ ୧,୪୦୦ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି।

Share