Categories: ଜାତୀୟ

ନୀତୀଶଙ୍କ ନେତୃତ୍ୱରେ ବିହାର ବିଧାନସଭା ନିର୍ବାଚନ ଲଢିବ ଏନ୍‌ଡିଏ: ଶାହ

ନୂଆଦିଲ୍ଲୀ,୧୭।୧୦: ଆସନ୍ତା ୨୦୨୦ରେ ବିହାରରେ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏଥିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ନିର୍ବାଚନ ଲଢିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିକଟରେ ଦେଇଥିବା ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ଏବେ ସ୍ପଷ୍ଟ ହୋଇଛି କି ଆସନ୍ତା ନିର୍ବାଚନରେ ଏନ୍‌ଡିଏକୁ ସମ୍ପୂର୍ଣ୍ଣ ସମର୍ଥନ କରିବେ ନୀତୀଶ। ସୂଚନାଯୋଗ୍ୟ, ଆସନ୍ତା ୨୦୨୦ରେ ବିହାରର ୨୪୩ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ପୂର୍ବରୁ ଜେଡିୟୁ ଓ ଭାଜପା ମଧ୍ୟରେ ଭଲ ସମ୍ପର୍କ ନ ଥିବା ବେଳେ ଧୀରେ ଧୀରେ ଏଥିରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି।

Share