Categories: ଜାତୀୟ

ନୂଆବର୍ଷରେ କଶ୍ମୀରବାସୀଙ୍କୁ ସରକାରଙ୍କ ଉପହାର: ମଧ୍ୟରାତ୍ରୀରୁ ଆରମ୍ଭ ହେବ ଏସ୍‌ଏମ୍‌ଏସ୍‌ ସେବା

ଶ୍ରୀନଗର,୩୧।୧୨: ନୂଆବର୍ଷରେ ସରକାର କଶ୍ମୀରବାସୀଙ୍କୁ ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ମଙ୍ଗଳବାର ମଧ୍ୟ ରାତ୍ରୀରୁ ଘାଟିରେ ପୁଣିଥରେ ଏସ୍‌ଏମ୍‌ଏସ୍‌ ସେବା ଆରମ୍ଭ କରାଯିବ। ଡିସେମ୍ବର ୩୧ ରାତି ୧୨ଟାରୁ ଜମ୍ମୁ-କଶ୍ମୀରରେ ଏସ୍‌ଏମ୍‌ଏସ୍‌ ସେବା ଲାଗୁ କରାଯିବ ବୋଲି ଜଣାପଡ଼ିଛି। ସେଠାକାର ଲୋକେ ଏସ୍‌ଏମ୍‌ଏସ୍‌ ଜରିଆରେ ସମସ୍ତଙ୍କୁ ନୂଆବର୍ଷର ଶୁଭକାମନା ଜଣାଇବେ। ଏନେଇ ଜମ୍ମୁ-କଶ୍ମୀର ପ୍ରିନ୍ସିପାଲ ସେକ୍ରେଟାରୀ ରୋହିତ କାନସାଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଘାଟିରେ ସୁରକ୍ଷା ଦୃଷ୍ଟିରୁ ଗତ ଅଗଷ୍ଟରୁ ଇଣ୍ଟରନେଟ ସେବା ଓ ଏସ୍‌ଏମ୍‌ଏସ୍‌ ସେବା ବନ୍ଦ କରିଦିଆଯାଇଥିଲା।

Share