Categories: ଜାତୀୟ

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪ ପର୍ଯ୍ୟନ୍ତ ନୂଆ ଭାରତ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମୋଦିଙ୍କ ସବ୍‌କା ସାଥ୍‌, ସବ୍‌କା ବିକାଶ ଏବଂ ସବ୍‌କା ବିଶ୍ୱାସ ଆଧାରରେ ନୀତି ଆୟୋଗର ଯୋଜନା ପ୍ରସ୍ତୁତ ହୋଇଥିବା କୁହାଯାଉଛି।

Share