ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ: ଝାଡ଼ୁ ଧରିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ରବିବାର ସକାଳେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଲଘୁ, କ୍ଷୁଦ୍ର, ମଧ୍ୟମ ଶିଳ୍ପ, ମତ୍ସ୍ୟ, ଗୋପାଳନ ଏବଂ ପଶୁସମ୍ପଦ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଏବଂ ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ ଝାଡ଼ୁଧରି ସଫା କରିଛନ୍ତି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ କାଉଡିଆ ଓ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ଅଭିଯାନ ଆରମ୍ଭ ହୋଇଛି। ଏଥିରେ ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଓପଦା ବିଡିଓ ପିତାମ୍ବର ଭୁଇ, ସ୍ଥାନୀୟ ସରପଞ୍ଚଙ୍କ ସମେତ ଅଞ୍ଚଳବାସୀ ଉପସ୍ଥିତ ଥିଲେ।

Share