ପଞ୍ଚାୟତରେ ଲୋକଙ୍କୁ କାମ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଗାଁ ଗହଳିରେ ଯେପରି ଲୋକଙ୍କୁ କାମ ମିଳିବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। କରୋନା ପରବର୍ତ୍ତୀ ସମୟରେ ଗ୍ରାମପଞ୍ଚାୟତ ସ୍ତରରେ ଜୀବିକା ଉପାର୍ଜନ ଏବଂ ନିଯୁକ୍ତି ବୃଦ୍ଧି କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୁଧବାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ବିଭାଗ ମୁଖ୍ୟତଃ ଜଙ୍ଗଲ ଓ ପରିବେଶ, ମୃତ୍ତିକା ସଂରକ୍ଷଣ, ଉଦ୍ୟାନ ଚାଷ, ମତ୍ସ୍ୟ ଓ ପଶୁ ସମ୍ପଦ, କୃଷି ଓ କୃଷକ ସଶକ୍ତୀକରଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଆଦି ବିଭାଗ ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଅଧିକ ପ୍ରକଳ୍ପ କାର୍ଯ୍ୟ କରିବା ପାଇଁ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକଳ୍ପଗୁଡିକ ଅଭିଯାନ ଭିତ୍ତିରେ ଅନୁମୋଦନ ଓ କାର୍ଯ୍ୟାନ୍ବୟନ କରିବା ପାଇଁ ଜିଲାପାଳମାନଙ୍କୁ ଉନ୍ନୟନ କମିଶନର ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଅଧିକ ନିଯୁକ୍ତି ଲାଗି ଫାର୍ମ ପଣ୍ଡ, ନ୍ୟୁଟ୍ରି ଗାଡେନ୍‌, ଜଙ୍ଗଲ ଚାରିପଟରେ ଟ୍ରେଞ୍ଚ, ବୃକ୍ଷରୋପଣ, ଆକଟ ବନ୍ଧ, ଘାସଚାଷ ଆଦି ପ୍ରକଳ୍ପ ଅଧିକ ସଂଖ୍ୟାରେ କରିବାକୁ ବୈଠକରେ ସ୍ଥିର ହୋଇଛି। ଉଭୟ ଗ୍ରୀଷ୍ମ ଏବଂ ବର୍ଷାଋତୁକୁ ଦୃଷ୍ଟିରେ ରଖି ପ୍ରକଳ୍ପ ସ୍ଥିର କରିବାକୁ କୁହାଯାଇଛି। ବର୍ଷାଋତୁ ସମୟରେ ଯେପରି ନିଯୁକ୍ତି ସୃଷ୍ଟି ନ କମିବ ତା’ ଉପରେ ଧ୍ୟାନ ଦେବାକୁ କୁହାଯାଇଛି।
ମୁଖ୍ୟ ଶାସନ ସଚିବ ଆହୁରି କହିଛନ୍ତି ଯେ, ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରୁ ଫେରିଥିବା ଓଡ଼ିଆ ଶ୍ରମିକଙ୍କୁ ନୂଆ ଜବ୍‌କାର୍ଡ ଯୋଗାଇଦେବାକୁ ପଞ୍ଚାୟତିରାଜ ସଚିବ ଦେଓରଞ୍ଜନ କୁମାର ସିଂ କହିଛନ୍ତି। ଚଳିତ ବର୍ଷ ମେ ଶେଷ ବେଳକୁ ଗ୍ରାମାଞ୍ଚଳରେ ଦୈନିକ ୨୦ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ପାଇଁ ବୈଠକରେ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଜିଲାଓ୍ବାରି ସମ୍ପୂର୍ଣ୍ଣ ସ୍ଥିତିର ସମୀକ୍ଷା ପରେ ଜଣାପଡିଛି ଯେ, ବର୍ତ୍ତମାନ ସୁଦ୍ଧା ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଦ୍ୱାରା ଗ୍ରାମାଞ୍ଚଳଗୁଡିକରେ ଦୈନିକ ୧୨ଲକ୍ଷ ନିଯୁକ୍ତି ଦିବସ ସୃଷ୍ଟି କରାଯାଇପାରୁଛି। ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ପ୍ରତ୍ୟେକ ଗ୍ରାମରେ ୨ଟି ଲେଖା ପ୍ରକଳ୍ପ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ଲାଗି ଜିଲାପାଳମାନଙ୍କୁ କୁହାଯାଇଛି। କାମ ହେବା ମାତ୍ରେ ଲୋକଙ୍କୁ ମଜୁରି ପୈଠ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri