ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨।୨(ବ୍ୟୁରୋ)- ଦୁର୍ନୀତି ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗୋଟିଏ ମାସରେ ୧୦ଜଣଙ୍କୁ ବରଖାସ୍ତ କରାଗଲାଣି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଜିରୋ ଟଲେରାନ୍ସ’ ନୀତିକୁ ବିଭାଗ ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ନିକଟରେ ବିଭାଗକୁ ‘ମୋ ସରକାର ଓ ୫-ଟି’ କାର୍ଯ୍ୟକ୍ରମ ଅଧୀନକୁ ଅଣାଯାଇଛି। ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ପକ୍ଷରୁ ମଧ୍ୟ ଦୁର୍ନୀତି ବିରୋଧୀ କାର୍ଯ୍ୟାନୁଷ୍ଠାନକୁ ତ୍ୱରାନ୍ବିତ କରାଯାଇଛି।

Share