ପଞ୍ଚାୟତିରାଜ ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ : ବିଭିନ୍ନ ପ୍ରକଳ୍ପ କଲେ ଉଦ୍‌ଘାଟନ

ଦାରିଙ୍ଗବାଡ଼ି,୧୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ସନ୍ଧ୍ୟାରେ ଗସ୍ତ କରି ବୁଧବାର ବିଭିନ୍ନ ବ୍ଲକରେ ଏକାଧିକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ ଦାରିଙ୍ଗବାଡ଼ି ବ୍ଲକର ପ୍ଲିହେରୀ ପଞ୍ଚାୟତର ୩୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ନୂତନ କୋଠା ଉଦ୍‌ଘାଟନ କରିଥିଲେ। ପରେ ମନ୍ତ୍ରୀ ଜେନା ବାଡ଼ାବାଙ୍ଗା ପଞ୍ଚାୟତର ସିକକେତାକୁ ପାଇପ୍‌ ଯୋଗେ ଜଳ ଯୋଗାଣ କରାଯିବାକୁ ଥିବା ନୂତନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଉଦ୍‌ଘାଟନ ସମୟରେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବନାଥ ବାରିକ, ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ, ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ । ପରେ ମନ୍ତ୍ରୀ କେ. ନୂଆଗାଁ ବ୍ଲକ ଗସ୍ତ କରିଛନ୍ତି।

Share