Categories: ନୟାଗଡ଼

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ମହାସଂଘର ଧାରଣା

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତସ୍ଥ ମଦର ଟେରେସା ମହିଳା ମହାସଂଘ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୨ ଦଫା ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା ା ତେବେ ବ୍ଲକ ଉପାଧ୍ୟକ୍ଷାଙ୍କ ପ୍ରତିନିଧି ଘଟଣା ସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନାଯୋଗ୍ୟ, ମହାସଂଘର ଆୟବ୍ୟୟ ହିସାବ ବର୍ଷ ବର୍ଷ ଧରି ହେଉ ନ ଥିବା ଓ ସଂଘର ପରିଚାଳନା, ନେତୃତ୍ୱରେ ସମସ୍ୟା ଦେଖାଦେଇଥିବା ଭଳି ବିଭିନ୍ନ ଦାବି ନେଇ ଜୁଲାଇ ୩୧ରେ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ୭ ଦିନ ମଧ୍ୟରେ ସମାଧାନ ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ସଭ୍ୟାମାନେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଥିଲେ।