ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବା ପରେ ଏବେ ପଞ୍ଜାବ ସରକାର ମଧ୍ୟ ରାଜ୍ୟକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଦେଶରେ ମୃତକଙ୍କ ସଂଖ୍ୟା ବଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରୁଛନ୍ତି।

Share