ପଦ୍ମଶ୍ରୀ ପ୍ରକାଶ ରାଓ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, ମାଗଣାରେ ଆବଶ୍ୟକ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୧୭।୭: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲର ମେଡିସିନ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଓଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହ ତାଙ୍କୁ ମାଗଣାରେ ଆବଶ୍ୟକ ଚିକିତ୍ସା ଯୋଗାଇଦେବା ସହ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିବାକୁ କଟକ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶଯୋଗ୍ୟ, ଅନୁଗୋଳରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ରାଓ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଏକ ଘରୋଇ ନର୍ସିଂହୋମ୍‌କୁ ନିଆଯାଇଥିଲା। ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତେବେ ବ୍ରେନ୍‌ଷ୍ଟ୍ରୋକ୍‌ ହେବାରୁ ତାଙ୍କ ଶରୀରର ଡାହାଣ ପଟ ଅଙ୍ଗ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ଚିକିତ୍ସା ପରେ ତାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।

Share