Categories: ଜାତୀୟ

ପଦ୍ମ ପୁରସ୍କାର ଉତ୍ସବ ସ୍ଥଗିତ

ନୂଆଦିଲ୍ଲୀ,୧୫ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ପଦ୍ମ ପୁରସ୍କାର ପ୍ରଦାନ ଉତ୍ସବକୁ ସ୍ଥଗିତ ରଖାଯାଇଛି। ଏହି ଉତ୍ସବ ମାର୍ଚ୍ଚ ୨୬ ଓ ଏପ୍ରିଲ ୩ରେ ଅନୁଷ୍ଠିତ ହେବାର ଥିଲା। ଦେଶର ଅନ୍ୟତମ ସର୍ବୋଚ୍ଚ ବେସାମରିକ ପୁରସ୍କାର ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଓ ପଦ୍ମଶ୍ରୀ ସମ୍ମାନ ଲାଗି ମନୋନୀତ ବ୍ୟକ୍ତିମାନଙ୍କ ନାମ ସାଧାରଣତନ୍ତ୍ର ଦିବସ ଅବସରରେ ଘୋଷଣା କରାଯାଇଥିଲା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମନୋନୀତ ବ୍ୟକ୍ତିମାନଙ୍କୁ ଦୁଇ ପର୍ଯ୍ୟାୟରେ ଏହି ପୁରସ୍କାର ପ୍ରଦାନ କରିଥାନ୍ତେ। ତେବେ ଏହାକୁ ସ୍ଥଗିତ ରଖାଗଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share