ପରଲୋକରେ ନିତ୍ୟାନନ୍ଦ ଶତପଥୀ

ଭୁବନେଶ୍ୱର,୪।୬: (ବ୍ୟୁରୋ):ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ଏବଂ ସମାଲୋଚକ ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ବୁଧବାର ପୂର୍ବାହ୍ନ ୯ଟା ୧୫ରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ଚିକିତ୍ସିତ ହେଉଥିଲେ। ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା କ୍ଷେତ୍ରରେ ବିଶେଷ ଖ୍ୟାତି ଅର୍ଜନ କରିଥିବା ଶତପଥୀ ଆଧୁନିକ ଓଡ଼ିଆ କବିତାର ପ୍ରଚାର, ପ୍ରସାର କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଥିବାବେଳେ ସାହିତି୍ୟକ, ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ଧର୍ମପତ୍ନୀ ତଥା ସୁସାହିତି୍ୟକା ପ୍ରତିଭା ଶତପଥୀ ଏବଂ ଝିଅ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ବିଜେତା ପାରମିତା ଶତପଥୀଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
୧୯୩୭ ଅକ୍ଟୋବର ୨୫ ତାରିଖରେ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗାରେଇ ଶାସନଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୦ରେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକ ଏବଂ ୧୯୬୨ରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ। ୧୯୭୬ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ଲାଭ କରିଥିଲେ। ୧୯୬୯ରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ବିଭାଗରେ ଅଧ୍ୟାପନା ଆରମ୍ଭ କରିଥିବା ପ୍ରଫେସର ଶତପଥୀ ପରବର୍ତ୍ତୀ ସମୟରେ ସେଠାରେ ପ୍ରତିଷ୍ଠା କରାଯାଇଥିବା ସତ୍ୟବାଦୀ ଚେୟାରର ପ୍ରଫେସର ଭାବେ ଦାୟିତ୍ୱ ନିର୍ବାହ କରି ଅବସର ଗ୍ରହଣ କରିଥିଲେ। ୧୯୬୨ରୁ ୧୯୬୯ ପର୍ଯ୍ୟନ୍ତ ରେଭେନ୍ସା ମହାବିଦ୍ୟାଳୟରେ ଏବଂ ୧୯୭୬ରୁ ୧୯୯୨ ପର୍ଯ୍ୟନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗରେ ଅଧ୍ୟାପନା କରିଥିଲେ। ଗୋପବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ଜୀବନୀ ପୁସ୍ତକ ‘ହେ ସାଥୀ, ହେ ସାରଥୀ’ ଥିଲା ତାଙ୍କ ରଚିତ ପ୍ରଥମ ପୁସ୍ତକ। ଏହାପୂର୍ବରୁ ଧର୍ମ ପତ୍ନୀ ପ୍ରତିଭାଙ୍କ ସହ ମିଳିତ ଭାବରେ ‘ଆମ କବିତା’ ନାମକ ଏକ କବିତା ପୁସ୍ତକ ଲେଖିଥିଲେ। ଏହା ପରଠାରୁ ନିତ୍ୟାନନ୍ଦ ନିରବଚ୍ଛିନ୍ନ ଭାବରେ ସାହିତ୍ୟ ସାଧନାରେ ନିମଗ୍ନ ଥିଲେ। ଓଡ଼ିଆ ଭାଷାରେ ସମାଲୋଚନାମୂଳକ ଲେଖାର ଅଭାବକୁ ହୃଦୟଙ୍ଗମ କରି ନିତ୍ୟାନନ୍ଦ ସମାଲୋଚନା ଲେଖିବା ଆରମ୍ଭ କରିଥିଲେ। ୧୯୨୦ ପରବର୍ତ୍ତୀ ଆଧୁନିକ ଓଡ଼ିଆ କବିତା ଚର୍ଚ୍ଚା କ୍ଷେତ୍ରରେ ତାଙ୍କ ରଚିତ ‘ସବୁଜରୁ ସାମ୍ପ୍ରତିକ’ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଥିଲା। ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ ‘କବିତା ଯୁଗେ ଯୁଗେ’, ‘ପ୍ରମୁଖ କବି କତିପୟ’, ‘କାବ୍ୟ ପ୍ରକରଣ’, ‘ସାରଳାରୁ ସମ୍ପ୍ରତି’ ଓ ‘ସତୁରିରୁ ସହସ୍ରାବ୍ଦୀ’ ଅନ୍ୟତମ। ସେ ବହୁ ସାରସ୍ବତ ଓ ସାମାଜିକ ଅନୁଷ୍ଠାନ ସହିତ ଜଡିତ ଥିଲେ। ସେ ମଧ୍ୟରୁ ପୂଜ୍ୟପୂଜା ସଂସଦ, ଶାରଳା ପୁରସ୍କାର, ସାମ୍ପ୍ରତିକ, ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ଅନ୍ୟତମ ଥିଲା। ‘ଇସ୍ତାହାର’ ନାମରେ ତ୍ରୈମାସିକ ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା ପତ୍ରିକା ପ୍ରକାଶନ ଥିଲା ପ୍ରଫେସର ଶତପଥୀଙ୍କ ବଳିଷ୍ଠ କୃତିତ୍ୱ। ସାହିତ୍ୟ କ୍ଷେତ୍ରରେ ଅନବଦ୍ୟ କୃତି ପାଇଁ ସେ ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହେବା ସହ ସମ୍ମାନଜନକ ‘ବିଷୁବ ପୁରସ୍କାର’ରେ ସମ୍ମାନିତ ହୋଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ, ଉତ୍କଳ ସମ୍ମିଳନୀ ସହ ବିଭିନ୍ନ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପକ୍ଷରୁ ଶତପଥୀଙ୍କ ବିୟୋଗରେ ଶୋକପ୍ରକାଶ କରାଯାଇଛି। ପାରମିତା, ମଧୁବ୍ରତା, ଅସିତା ଓ ଈପ୍‌ସିତା ନାମରେ ତାଙ୍କର ଚାରି ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଶ୍ରମିକଙ୍କ ଉପରେ ମାଡ଼ିଗଲା ଅଭିନେତ୍ରୀଙ୍କ କାର

ମୁମ୍ବାଇ, ୨୯।୧୨: ମୁମ୍ବାଇର କାନ୍ଦିଓ୍ବଲିରେ ଲୋକପ୍ରିୟ ମରାଠୀ ଅଭିନେତ୍ରୀ ଊର୍ମିଳା କୋଠାରେଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଊର୍ମିଳାଙ୍କ ଡ୍ରାଇଭର ଦ୍ରୁତ ଗତିରେ...

ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ...

ରାଜ୍ୟରେ ଝିଅ ସଂଖ୍ୟା ହ୍ରାସ

ଓଡ଼ିଶାରେ ଗତ ୧ ଦଶନ୍ଧି ଧରି ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ଲଗାତର ହ୍ରାସ ପାଇବାରେ ଲାଗିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ସମେତ...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri