ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ବିଜୟଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସକାଳେ ତାଙ୍କର ମୃତ୍ୟୁ ଘଟିଛି।

ଜଗତସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ବିଜୟ। ସେ ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ। ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ଏରସମା ନିର୍ବାଚନମଣ୍ଡଳୀର ସେ ବିଧାୟକ ଥିଲେ। ସେତେବେଳେ ସେ ଜନତା ଦଳ ନେତା ଦାମୋଦର ରାଉତଙ୍କୁ ହରାଇ ସେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Share