ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି।

କବି ସିଂ ‘ପଥପ୍ରାନ୍ତର କବିତା’, ‘ଅପ୍ରୀତିକର କବିତା’, ‘ପଦାତିକ’, ‘ବିଷବାଣୀ’, ‘କ୍ଷତ’, ‘ଲାଲ ପାଗୋଡ଼ାର ପ୍ରେତ’, ‘ଭଙ୍ଗା ହାତର କବିତା’, ‘ସର୍ବହରା’ ଭଳି ଏକାଧିକ ପୁସ୍ତକ ରଚନା କରିଛନ୍ତି। ଓଡ଼ିଶା ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୬୧ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ଏହାଛଡ଼ା ୨୦୧୭ରେ ତାଙ୍କୁ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ କରାଯାଇଥିଲା।

Share