ପରିବା ବୋଝେଇ ପିକ୍‌ଅପ୍‌କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର

କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍‌ଅପ୍‌ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପିକ୍‌ଅପ୍‌ ଗାଡିର ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଦୁଇଟି ପିକ୍‌ଅପ୍‌ ଗାଡି ଯାଜପୁର କୁଆଖିଆରୁ ପରିବା ନେଇ ରାଞ୍ଚି ଯାଉଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରିନାହିଁ। ଘଟଣାସ୍ଥଳରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।