ପର୍ଯ୍ୟଟକଙ୍କ ମନ ମୋହୁଛି ଗୁରୁବେଡା ପିକନିକ୍‌ ସ୍ପଟ

ଯୋଡ଼ା,୨୧।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ବ୍ଲକର ଜଜାଙ୍ଗ ପଞ୍ଚାୟତର ବୈତରଣୀ ନଦୀ ଅବବାହିକାରେ ଅବସ୍ଥିତ ଗୁରୁବେଡା ପିକ୍‌ନିକ୍‌ ସ୍ପଟ। ଜଙ୍ଗଲ ଓ ପାହାଡଘେରା ପରିବେଷ୍ଟିତ ଏହି ପିକ୍‌ନିକ୍‌ ସ୍ପଟର ପ୍ରାକୃତିକ ସୌନ୍ଦର୍ଯ୍ୟ ଅନେକକଙ୍କୁ ଆକର୍ଷିତ କରିଥାଏ। ପ୍ରତ୍ୟେକ ବର୍ଷ ଅନେକ ସମୟରେ ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ଏଠାକାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ମନୋରମ ପରିବେଶର ମଜା ନେବା ପାଇଁ ଆସୁଥିଲେ ହେଁ, ଶୀତ ଦିନରେ ମୁଖ୍ୟତଃ ପିକ୍‌ନିକ୍‌ କରିବାକୁ ପର୍ଯ୍ୟଟକଙ୍କର ସୁଅ ଛୁଟିଥାଏ। ଯୋଡ଼ା ସହରଠାରୁ ପ୍ରାୟ ୬ କି.ମି. ଦୂରରେ ଥିବା ଏହି ପିକିନିକ୍‌ ସ୍ପଟରେ ରହିଛି ବୈତରଣୀ ନଦୀର ଜଳ ପ୍ରବାହ। ଗୁରୁବେଡା ଜଙ୍ଗଲ ମଧ୍ୟରେ ପଥର ବେଷ୍ଟିତ ବୈତରଣୀ ନଦୀର କୁଳୁକୁଳୁଶଦ୍ଦ ଭରା ନୀଳ ସବୁଜ ଜଳପ୍ରବାହର ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ୍‌ ବିମୋହିତ କରିଥାଏ। ବଣଭୋଜି ପାଇଁ ଏହି ପିକ୍‌ନିକ୍‌ ସ୍ପଟ୍‌ଟି ଅତ୍ୟନ୍ତ ଉପଯୋଗୀ ହୋଇଥିବାରୁ ଏଠାକୁ ପ୍ରତିବର୍ଷ ନଭେମ୍ବର ମାସରୁ ଜାନୁୟାରୀ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଥାଏ। ଏଠାକୁ ଟ୍ରେନ ଯୋଗେ ଆସିଲେ ବାଂଶପାଣି ରେଳ ଷ୍ଟେଶନରେ ଓହ୍ଲାଇ ଅଟୋ ଯୋଗେ ରାଜ୍ୟ ରାଜପଥ ନଂ ୨ ତଥା ଯୋଡା-ବାମେବାରୀ ରାସ୍ତାରେ ୩କି.ମି. ଯିବା ପରେ ଗୁରୁବେଡା ଛକଠାରୁ ବାମପାର୍ଶ୍ୱକୁ ଯାଇ ପ୍ରାୟ ୨ କ.ମି ଅତିକ୍ରମ କରିବା ପରେ ଏହି ପିକ୍‌ନିକ୍‌ ସ୍ପଟରେ ପହଞ୍ଚି ହୁଏ। ସେହିପରି ବସ୍‌ ଯୋଗେ ଆସିବାକୁ ହେଲେ ଯୋଡାସହରର ବସ୍‌ଷ୍ଟାଣ୍ଡରେ ଓହ୍ଲାଇ ସେଠାରୁ ଅଟୋ କରି ୪ କି.ମି. ରାଜ୍ୟ ରାଜପଥ ନଂ ୨ ତଥା ଯୋଡା-ବାମେବାରୀ ରାସ୍ତାରେ ଯିବା ପରେ ଗୁରୁବେଡା ଛକଠାରୁ ବାମପାର୍ଶ୍ୱକୁ ଯାଇ ପ୍ରାୟ ୨କ.ମି ଅତିକ୍ରମ କରିବା ପରେ ଏହି ସ୍ଥାନରେ ପହଞ୍ଚି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ...

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା...

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri