ପଶ୍ଚିମବଙ୍ଗରୁ ଫେରିଥିବା୧୬ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୬ଜଣ ଅଗ୍ନିଶମ କର୍ମଚାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୩ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୧୨୯୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୮୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।

Share