ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨ ଏନ୍ଡିଆର୍ଏଫ୍ କର୍ମଚାରୀ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୫,୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୭୨୦ ସୁସ୍ଥ ହୋଇଛନ୍ତି। ୧୫୬୨ ଚିକିତ୍ସାଧୀନ ରହିଥିବା ବେଳେ ୧୪ ଜଣଙ୍କ ମୃତ୍ୟୁ ଘଟିଛି।