ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ସୁବାସ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବୁଧବାର ଏନେଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସୁବାସ ବିଜେଡିରେ ଯୋଗଦେଇଥିଲେ।

Share