Categories: ଜାତୀୟ

ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି ବୋଲି ସେନାଧ୍ୟକ୍ଷ ବିପିନ ରାଓ୍ବତ କହିଛନ୍ତି। ଏହି ଆକ୍ରମଣରେ ୬ରୁ ୧୦ ଜଣ ପାକିସ୍ତାନ ସେନା ନିହତ ହୋଇଥିବାବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଫଳରେ ସେଠାରେ ହାଇଆଲର୍ଟ ଜାରି କରାଯାଇଛି ବୋଲି ସେ କହିଛନ୍ତି। ଉଭୟ ପକ୍ଷର ଗୁଳିବିନିମୟରେ ଭାରତୀୟ ସେନାର ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି। ଏହା ସହ ଜଣେ ସ୍ଥାନୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି।

Share