ପାଟଣା ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ଥାନାକୁ ଶେଷ୍ଠ ଥାନା ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇଥିଲେ। ପାଟଣା ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ମନ୍ତ୍ରୀଙ୍କଠାରୁ ଏହି ପୁରସ୍କାର ଓ ମାନପତ୍ର ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶିଷ ଠାକ୍‌ରେ, ଜିଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର ଓ ଜିଲାର ସମସ୍ତ ଉଚ୍ଚପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।