ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)-
ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି ରହିବ। ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ଏହିସବୁ ଜିଲାରେ ହିଟ୍‌ ଓ୍ବେଭ୍‌ ପ୍ରବାହିତ ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଅପରପକ୍ଷରେ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ଅନେକ ଜିଲାକୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ୨୬ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବ। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ଗଞ୍ଜାମ ଜିଲାରେ କାଳବୈଶାଖୀ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ ୨୪ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ସ୍ଥିତି ସାଂଘାତିକ ହେବ। ଉତ୍ତପ୍ତ ସହର ପାଲଟିଥିବା ଟିଟିଲାଗଡ଼ ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୬ଡିଗ୍ରୀ ଉପରେ ରହିବ। ୨୫ତାରିଖରୁ ପାରଦ ୪୭ରୁ ୪୮ଡିଗ୍ରୀ ବଢ଼ିବ ବୋଲି ଅନୁମାନ କରାଯାଇଛି। ପୂରା ପଶ୍ଚିମ ଓଡ଼ିଶାରେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି। ତାତି ସାଙ୍ଗକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଲୋକେ ହନ୍ତସନ୍ତ ହେଉଛନ୍ତି। ବୁଧବାର ୧୩ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ତାଳଚେର ୪୪.୩ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ବଲାଙ୍ଗୀର ୪୪, ସମ୍ବଲପୁର ୪୩.୯, ଝାରସୁଗୁଡ଼ା ଓ ଟିଟିଲାଗଡ଼ ୪୩.୬, ସୋନପୁର ୪୩.୨, ହୀରାକୁଦ ୪୨.୩, ଅନୁଗୋଳ ୪୧.୯, ଭବାନୀପାଟଣା ୪୧.୫, ଫୁଲବାଣୀ ୪୧.୨, ଚାନ୍ଦବାଲି ୪୧.୧, ସୁନ୍ଦରଗଡ଼ ଓ ମାଲକାନଗିରି ୪୧ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୭.୭ ଓ କଟକ ୩୭.୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ନୂଆଦିଲ୍ଲୀ,୨୫ା୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ...

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ...

ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ଠିକାଦାର

ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ...

ଅନ୍ତ୍ୟୋଦୟ ଯୋଜନାରେ ସାମିଲ୍‌ ହେବେ ଆଉ ଲକ୍ଷେ ହିତାଧିକାରୀ, ମେ’ ଶେଷ ଯାଏ ଚାଲିବ ଆବାସ ସର୍ଭେ

ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାର ଆଗାମୀ ମାସରେ ଅନ୍ତୋଦୟ ଗୃହ ଯୋଜନା ଅଧୀନରେ ଆଉ ଏକ ଲକ୍ଷ ଘର ହିତାଧିକାରୀଙ୍କୁ ଯୋଗାଇ ଦେବାକୁ ପ୍ରସ୍ତୁତି କରୁଛନ୍ତି, ବୋଲି...

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ...

ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ଭୁବନେଶ୍ୱର,୨୫ା୪: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋର, ବାହାନଗା...

୧୦୦୦ ପଏଣ୍ଟ ହ୍ରାସ ପାଇଲା ସେନସେକ୍ସ: ପ୍ରାରମ୍ଭିକ ଉତ୍ସାହ ସତ୍ତ୍ୱେ ଷ୍ଟକ୍ ବଜାରରେ ହ୍ରାସର କାରଣ କ’ଣ?

ମୁମ୍ବାଇ,୨୫।୪: ଭାରତୀୟ ଷ୍ଟକ୍ ବଜାର ଆଜି ପୁଣି ଏକ ବଡ଼ ଧରଣର ହ୍ରାସର ସମ୍ମୁଖୀନ ହୋଇଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ୧୦୦୦ ପଏଣ୍ଟରୁ...

“ଧର୍ମ-ଅଧର୍ମ ଯୁଦ୍ଧ”: ପହଲଗାମ ଆକ୍ରମଣ ପରେ ଏକତା ବଜାୟ ରଖିବାକୁ ଅନୁରୋଧ କଲେ ମୋହନ ଭଗବତ

ନୂଆଦିଲ୍ଲୀ,୨୫।୪: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଏକ “ଧର୍ମ ଓ ଅଧର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image