ପୁଣି ଲାଗିଲା ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ,୧୯ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ ଫିରିଙ୍ଗାଆ ବଜାରରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା ‘ବିପ୍ଲବୀ ଡେଙ୍ଗୁରା’ ବୋଲି ଉଲ୍ଲେଖ ରହିଥିବା ଏହି ପୋଷ୍ଟରରେ ରାଜ୍ୟର କୃଷିନୀତିକୁ ସମାଲୋଚନା କରାଯାଇଛି। ଦ୍ୱିତୀୟ ସବୁଜ ବିପ୍ଲବ ନଁାରେ ହେଉଥିବା ଷଡଯନ୍ତ୍ରକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରୋତ୍ସାହନ ଦେଉଥିବାରୁ କୃଷି ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଛି। ବିଦେଶୀ ବିହନ ଓ ସାର ଆମ ମାଟିର ଉର୍ବରତା ନଷ୍ଟ କରିଦେଇଛି। କାଳିଆ ଯୋଜନା, କିଷାନନିଧି ଯୋଜନା କରାଯାଇ ଚାଷୀଙ୍କୁ ପଙ୍ଗୁ କରିବାକୁ ଯୋଜନା କରାଯାଇଛି। ଚାଷଜମି କମ୍ପାନୀମାନଙ୍କୁ ଦିଆଯାଉଛି। ଫଳରେ ଅନେକ ଚାଷୀ ଆତ୍ମହତ୍ୟା କରୁଛନ୍ତି। ତେଣୁ ପୁଣିଥରେ କୃଷି ଶିଳ୍ପକୁ ବିକାଶ କରି ଗଞ୍ଜେଇ ଚାଷକୁ ନିୟନ୍ତ୍ରଣ କରିବାକୁ ଆହ୍ବାନ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri