ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଆଇଏଏସ୍‌ ଅଫିସର ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ସୋମବାର ନୂଆ ଦାୟିତ୍ୱ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଟ୍ରାନ୍ସଫର୍ମେଶନ ଆଣ୍ଡ୍‌ ଇନିଶିଏଟିଭ୍‌ (୫ଟି) ସଚିବଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସହ ସେ ୫ଟି ଦାୟିତ୍ୱରେ ରହିବେ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Share