ପାରଳାଖେମୁଣ୍ଡିଠାରେ ହେବ ଗୋପୀନାଥ ଗଜପତିଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ରାଜକୀୟ ଅନ୍ତିମ ସଂସ୍କାର ଶୁକ୍ରବାର ପାରଳାଖେମୁଣ୍ଡିଠାରେ କରାଯିବ। ଗଜପତିଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇପାରିବେ ନାହିଁ। ତେବେ ତାଙ୍କ ସ୍ଥାନରେ ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପାରଳା ମହାରାଜାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା। ୨୦୧୬ରୁ ପାରଳା ମହାରାଜାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିଲା। ତେଣୁ ତାଙ୍କୁ ପ୍ରଥମେ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ସୁଧାର ଆସିଥିଲା। କିନ୍ତୁ ପୁଣିଥରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ୨୦୧୭ ଜାନୁୟାରୀରେ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତେବେ ଶୁକ୍ରବାର ଭୋର ୪ଟା ୨୦ ମିନିଟ୍‌ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି।

Share